ଯିରିମୀୟ 46

“ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।

Jeremiah 46:3 (UKJV) Order all of you the buckler and shield, and draw near to battle.

1ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

2ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।

3“ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।

4ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।

5ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.