ଯିରିମୀୟ 46

ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।

Jeremiah 46:8 (UKJV) Egypt rises up like a flood, and his waters are moved like the rivers; and he says, I will go up, and will cover the earth; I will destroy the city and the inhabitants thereof.

6ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍‍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।

7ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ସେ କିଏ?

8ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।

9ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।

10କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.