2“ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।
3ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
4କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।
5ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
6ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।