5ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
6ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।
7ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।”