9“ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।
10“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।
11“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।
12ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।
13ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।