11“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।
12ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।
13ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
14ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?
15ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି।