ଯିରିମୀୟ 48

ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।

Jeremiah 48:18 (UKJV) You daughter that do inhabit Dibon, come down from your glory, and sit in thirst; for the spoiler of Moab shall come upon you, and he shall destroy your strong holds.

16ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।

17ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’

18ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।

19ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ?

20ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.