22ଅର୍ଥାତ୍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:
23କିରୀୟାଥୟିମ୍, ବେଥ୍-ଗାମୁଲ୍ ଓ ବେଥ୍-ମୀୟୋନ୍;
24କରୀୟୋଥ୍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।
25ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।
26ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।