26ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
27ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
28ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।
29ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।
30ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।