ଯିରିମୀୟ 48

“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!

Jeremiah 48:3 (UKJV) A voice of crying shall be from Horonaim, spoiling and great destruction.

1ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।

2ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।

3“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!

4ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।

5କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.