ଯିରିମୀୟ 48

ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।

Jeremiah 48:30 (UKJV) I know his wrath, says the LORD; but it shall not be so; his lies shall not so effect it.

28ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।

29ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।

30ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।

31ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।

32ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.