30ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।
31ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।
32ହେ ସିବ୍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।
33ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।
34ହିଷ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।