33ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।
34ହିଷ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।
35ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।
36ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
37କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।