ଯିରିମୀୟ 48

ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।

Jeremiah 48:36 (UKJV) Therefore mine heart shall sound for Moab like pipes, and mine heart shall sound like pipes for the men of Kirheres: because the riches that he has got are perished.

34ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।

35ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।

36ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।

37କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।

38ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.