2ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।
3“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!
4ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
5କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।
6ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।