38ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।
39ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”
40କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।
41କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
42ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।