ଯିରିମୀୟ 48

କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।

Jeremiah 48:41 (UKJV) Kerioth is taken, and the strong holds are surprised, and the mighty men's hearts in Moab at that day shall be as the heart of a woman in her pangs.

39ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”

40କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।

41କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।

42ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।

43ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.