41କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
42ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।
43ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।
44ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।
45ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।