ଯିରିମୀୟ 48

ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।

Jeremiah 48:45 (UKJV) They that fled stood under the shadow of Heshbon because of the force: but a fire shall come forth out of Heshbon, and a flame from the midst of Sihon, and shall devour the corner of Moab, and the crown of the head of the tumultuous ones.

43ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।

44ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।

45ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।

46ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।

47ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.