44ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।
45ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
46ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।
47ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।