7କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।
8ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।
9“ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।
10“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।
11“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।