ଯିରିମୀୟ 49

ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?

Jeremiah 49:1 (UKJV) Concerning the Ammonites, thus says the LORD; Has Israel no sons? has he no heir? why then does their king inherit Gad, and his people dwell in his cities?

1ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?

2ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।

3ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.