ଯିରିମୀୟ 49

ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବେ।

Jeremiah 49:17 (UKJV) Also Edom shall be a desolation: every one that goes by it shall be astonished, and shall hiss at all the plagues thereof.

15କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।

16ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।

17ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବେ।

18ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।

19ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.