16ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।
17ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବେ।
18ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
19ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
20ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।