ଯିରିମୀୟ 49

ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।

Jeremiah 49:21 (UKJV) The earth is moved at the noise of their fall, at the cry the noise thereof was heard in the Red sea.

19ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?

20ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍‍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।

21ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।

22ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”

23ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.