ଯିରିମୀୟ 49

ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?

Jeremiah 49:25 (UKJV) How is the city of praise not left, the city of my joy!

23ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।

24ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।

25ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?

26ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।

27ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.