26ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।
27ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
28“ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
29ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।
30ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।