28“ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
29ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।
30ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।
31ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।
32ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।