ଯିରିମୀୟ 49

ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।

Jeremiah 49:32 (UKJV) And their camels shall be a booty, and the multitude of their cattle a spoil: and I will scatter into all winds them that are in the utmost corners; and I will bring their calamity from all sides thereof, says the LORD.

30ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।

31ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।

32ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।

33ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”

34ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.