ଯିରିମୀୟ 49

ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Jeremiah 49:34 (UKJV) The word of the LORD that came to Jeremiah the prophet against Elam in the beginning of the reign of Zedekiah king of Judah, saying,

32ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।

33ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”

34ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

35ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍‍ର ଧନୁ, ଅର୍ଥାତ୍‍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।

36ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.