34ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
35ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍ର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।
36ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।
37ପୁଣି, ଆମ୍ଭେ ଏଲମ୍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।
38ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।