ଯିରିମୀୟ 49

ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍‍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।

Jeremiah 49:38 (UKJV) And I will set my throne in Elam, and will destroy from thence the king and the princes, says the LORD.

36ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।

37ପୁଣି, ଆମ୍ଭେ ଏଲମ୍‍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।

38ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍‍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।

39ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍‍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.