3ହେ ହିଷ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
4ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’
5ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।
6ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”
7ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?