ଯିରିମୀୟ 49

ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।

Jeremiah 49:8 (UKJV) Flee all of you, turn back, dwell deep, O inhabitants of Dedan; for I will bring the calamity of Esau upon him, the time that I will visit him.

6ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”

7ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?

8ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।

9ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?

10ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.