10ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।
11ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।
12ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;
13ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁ ତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।’”
14ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।