14ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।
15ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।
16ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।
17ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”
18ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।