17ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”
18ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।
19ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”
20ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
21“ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;