1ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
2ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।
3ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
4ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;