23ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି।
24ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।
25ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।
26କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
27ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।