26କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
27ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।
28ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।
29ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”
30ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;