ଯିରିମୀୟ 5

ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;

Jeremiah 5:30 (UKJV) A wonderful and horrible thing is committed in the land;

28ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।

29ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”

30ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;

31ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.