29ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”
30ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
31ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?