4ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;
5ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି।” ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନସବୁ ଛିଣ୍ଡାଇ ପକାଇଅଛନ୍ତି।
6ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
7“ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।
8ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।