ଯିରିମୀୟ 5

ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।

Jeremiah 5:8 (UKJV) They were as fed horses in the morning: every one neighed after his neighbour's wife.

6ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।

7“ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।

8ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।

9ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?

10ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.