8ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗ ସ୍ୱରୂପ ହୁଅ।
9କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।
10ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ, ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।
11ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;
12ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।