14ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।
15ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।
16ତୁମ୍ଭେମାନେ ବାବିଲରୁ ବୀଜବାପକକୁ ଓ ଶସ୍ୟ ସଂଗ୍ରହ ସମୟରେ ଦା ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରିଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ।
17ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
18ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।