ଯିରିମୀୟ 50

“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।

Jeremiah 50:2 (UKJV) Declare all of you among the nations, and publish, and set up a standard; publish, and conceal not: say, Babylon is taken, Bel is confounded, Merodach is broken in pieces; her idols are confounded, her images are broken in pieces.

1ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍‍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।

2“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।

3କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।

4ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.