ଯିରିମୀୟ 50

ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି!

Jeremiah 50:23 (UKJV) How is the hammer of the whole earth cut asunder and broken! how is Babylon become a desolation among the nations!

21ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।

22ଦେଶରେ ସଂଗ୍ରାମର ଓ ମହାବିନାଶର ଶବ୍ଦ ହେଉଅଛି।

23ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି!

24ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।

25ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍‍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.