26ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।
27ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।
28ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।
29ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।
30ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।