30ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।
31ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।
32ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।
33ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;
34(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।